ଭୁବନେଶ୍ୱର:25.02.2022: ଋଷ-ୟୁକ୍ରେନ ମଧ୍ୟରେ ଲାଗି ରହିଛି ପ୍ରଚଣ୍ଡ ଯୁଦ୍ଧ । ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ୟୁକ୍ରେନ ଉପରେ ଜୋରଦାର ଆକ୍ରମଣ କରିବାକୁ ଘୋଷଣା କରିଛନ୍ତି । ତିନିପଟୁ ୟୁକ୍ରେନକୁ ଘେରି ଆକ୍ରମଣ କରୁଛି ଋଷ । ୟୁକ୍ରେନ ରାଜଧାନୀ କିଭ୍ ସହ ବିଭିନ୍ନ ସହରରେ ମିଜାଇଲା ମାଡ଼ କରିଛି ଋଷ । ୟୁକ୍ରେନରେ ଯୁଦ୍ଧ ଫଳରେ ସେଠାରେ ୧୬ ହଜାର ଭାରତୀୟ ନାଗରିକ ଫସି ରହିଛନ୍ତି । ୟୁକ୍ରେନରେ ବହୁ ଓଡ଼ିଆ ଛାତ୍ରଛାତ୍ରୀ ଓ ଶ୍ରମିକ ମଧ୍ୟ ଏବେ ବି ସେଠାରେ ଫସି ରହିଛନ୍ତି ।
ତେବେ ୟୁକ୍ରେନରେ ଫସି ରହିଥିବା ଓଡ଼ିଆଙ୍କୁ ଉଦ୍ଧାର କରିବା ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଛାତ୍ର ଛାତ୍ରୀ ଓ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଗୃହମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପରେ ଗୃହମନ୍ତ୍ରୀ ଅମିତ ଶାହା ମୁଖ୍ୟମନ୍ତ୍ରୀଙ୍କୁ ଆଶ୍ୱାସନା ଦେଇଛନ୍ତି । ସେ କହିଛନ୍ତି କି ଭାରତ ସରକାର ୟୁକ୍ରେନ ସରକାରଙ୍କ ସହ ଯୋଗଯୋଗରେ ରହିଛନ୍ତି ଏବଂ ଶୀଘ୍ର ୟୁକ୍ରେନରୁ ଛାତ୍ର ଓ ଶ୍ରମିକଙ୍କୁ ଫେରାଇ ଆଣିବା ପାଇଁ କାର୍ଯ୍ୟ କରୁଛନ୍ତି ।ସମସ୍ତ ଓଡ଼ିଆ ଭାରତରେ ସୁରକ୍ଷିତ ଭାବେ ପଂହଁଚିବେ ବୋଲି ମଧ୍ୟ କହିଛନ୍ତି ଗୃହମନ୍ତ୍ରୀ ।
2022-02-25

