କଂଗ୍ରେସରେ ମିଶିଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ । କହିଲେ, ଓଡ଼ିଶା ପାଇଁ କିଛି କରିବାର ଲକ୍ଷ୍ୟ ରଖିଛି

କଂଗ୍ରେସର ‘ହାତ’ ଧରିଲେ ବିଜୟ ପଟ୍ଟନାୟକ । ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ହେଉଛନ୍ତି ବିଜୟ ପଟ୍ଟନାୟକ । ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ କଂଗ୍ରେସରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ବିଜୟ । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନେ ଖଡଗେ, ପିସିସି ସଭାପତି ଶରତ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାର ,କଂଗ୍ରେସ ସାଧାରଣ ସମ୍ପାଦକ କେ.ସି ବେନୁଗୋପାଲ ପ୍ରମୁଖଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ।

କଂଗ୍ରେସରେ ଯୋଗ ଦେବା ପରେ ବିଜୟ କହିଛନ୍ତି, ପ୍ରଥମ ଥର ପାଇଁ ରାଜନୀତିରେ ପାଦ ଦେଇଛି । ନୀତି ଆଦର୍ଶକୁ ନେଇ ଆଗକୁ ବଢିବି । ଓଡ଼ିଶାରେ ଦୁର୍ନୀତି ଓ କୁଶାସନ ଚାଲିଛି । ପ୍ରଶାସନ ଲୋକଙ୍କ ପାଖରେ ପହଞ୍ଚୁନାହିଁ । ମୁଁ ଲୋକଙ୍କ ପାଇଁ କାମ କରିବି । କଂଗ୍ରେସର ଉଦାରବାଦୀ ନୀତି ପାଇଁ ହାତ ଧରିଛି । ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରା, ପ୍ରେମ ଓ ଭଲପାଇବାର ଯାତ୍ରା ବୋଲି କହିଛନ୍ତି ବିଜୟ ।

Leave a Reply

Your email address will not be published. Required fields are marked *