ବିଜେଡିରେ ଯୋଗ ଦେଲେ ଝାରସୁଗୁଡାର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ମହେନ୍ଦ୍ର ନାୟକ

ଉପନିର୍ବାଚନ ପୂର୍ବରୁ ଗତକାଲି ଝାରସୁଗୁଡାରେ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ବିଜେଡିରେ ଯୋଗ ଦେଇଥିବା ବେଳେ ଆଜି କଂଗ୍ରେସର ଛାଡି ବିଜେଡିରେ ଯୋଗ ଦେଇଛନ୍ତି ଝାରସୁଗୁଡାର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ମହେନ୍ଦ୍ର ନାୟକ ।
ଆଜି ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ବିଜେଡି ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ନିଜ ସମର୍ଥକଙ୍କ ସହ ଦଳୀୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ବିଜେଡିରେ ସାମିଲ ହେଲେ ମହେନ୍ଦ୍ର ନାୟକ । ମହେନ୍ଦ୍ରଙ୍କୁ ବିଜେଡି ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ୱାଗତ କରିଛନ୍ତି ସାଂସଦ ମାନସ ମଙ୍ଗରାଜ।

ମହେନ୍ଦ୍ର ୨୦୧୯ ସାଧାରଣ ନିର୍ବାଚନରେ କଂଗ୍ରେସରୁ ପାର୍ଥି ହୋଇ ୧୮୮୨୩ ଖଣ୍ଡ ଭୋଟ ପାଇଥିଲେ । ଝାରସୁଗୁଡା ଓ ବଲାଙ୍ଗୀର ଜିଲ୍ଲାର ବହୁ କର୍ମକର୍ତ୍ତା ବିଜେଡିରେ ସାମିଲ ହୋଇଛନ୍ତି । ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଁଡ଼ ମହାସଭାର ରାଜ୍ୟ ସଭାପତି ମହେନ୍ଦ୍ର ନାୟକ । ନବୀନ ପଟ୍ଟନାୟକଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ବିକାଶ ଧାରାକୁ ଆଗକୁ ନେବା ପାଇଁ ବିଜେଡିରେ ସାମିଲ ହୋଇଥିବା କହିଛନ୍ତି । ଅନୁରୂପ ଭାବରେ ଗୋଁଡ଼ ମହାସଭା କୋଲାବିରା ବ୍ଲକ ସଭାପତି ରୁଦ୍ରପ୍ରତାପ ସିଂହ, ରାଜ୍ୟ ମହିଳା ସଂଯୋଜକ ଦମୟନ୍ତୀ ମହାପାତ୍ର, ବଲାଙ୍ଗୀର ଜିଲ୍ଲା ସଭାପତି ଶ୍ୟାମସୁନ୍ଦର ଭୋଇ, ଅନୁଗୋଳ ଜିଲ୍ଲା ସଭାପତି ସଦାଶିବ ନାୟକ, ଝାରସୁଗୁଡ଼ା ଜିଲ୍ଲା ସମ୍ମିଳିତ ଆଦିବାସୀ ସମାଜ ପରାମର୍ଶଦାତା ସଦାଶିବ ନାୟକ, ସାଧାରଣ ସମ୍ପାଦକ ଅଶୋକ ମାଝି, ଉପସଭାପତି ବୀର ଧୁରୁଆ, ବରଗଡ଼ ଜିଲ୍ଲା ଗୋଁଡ଼ ସମାଜ ସମ୍ପାଦକ ଧନେଶ୍ୱର ସିଂହଙ୍କ ସହ ୬୦ରୁ ଊର୍ଦ୍ଧ୍ବ କର୍ମକର୍ତ୍ତା ବିଜେଡିରେ ଯୋଗ ଦେଇଛନ୍ତି। । ବିଜେଡିରେ ଦେବା ପରେ ମହେନ୍ଦ୍ର ନାୟକ କହିଛନ୍ତି ନବୀନ ପଟ୍ଟନାୟକଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ବିକାଶ ଧାରାକୁ ଆଗକୁ ନେବା ପାଇଁ ବିଜେଡିରେ ସାମିଲ ହୋଇଛି। ଝାରସୁଗୁଡା ଜିଲ୍ଲାରେ ଲକ୍ଷାଧିକ ଆଦିବାସୀ ଭୋଟର ବିଜେଡି ପ୍ରାର୍ଥ ଦୀପାଳି ଦାସଙ୍କ ସହ ରହିଛନ୍ତି ବୋଲି ସେ କହିଛନ୍ତି । ଆଦିବାସୀ ସମାଜ ମୁଖ୍ୟମନ୍ତ୍ରୀଙ୍କ ଉପରେ ବିଶ୍ୱାସ ରଖିଛି ।

ଏହି ମିଶ୍ରଣ ପର୍ବରେ ରାଜ୍ୟ ପଣ୍ୟାଗାର ନିଗମ ଅଧ୍ୟକ୍ଷ ତଥା ବିଜେଡି ନେତା ମହେନ୍ଦ୍ର ବଢ଼େଇ, ଦଳର ମୁଖପାତ୍ର ସଞ୍ଜୟ ବାବୁ, ସମ୍ପାଦକ ତଥା ଦେବଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ ଅମରେଶ ଜେନା ଓ ଅନ୍ୟମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *