ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ବରୂପ ବିଏସ୍କେୱାଇ ନବୀନ କାର୍ଡ ପ୍ରଦାନ ନିମନ୍ତେ ଘୋଷଣା କରିଛନ୍ତି। BSKY ଯୋଜନାର ତୃତୀୟ ପର୍ଯ୍ୟାୟରେ ଏହି ଯୋଜନାରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗ ପାଇଁ ଘରୋଇ ହସ୍ପିଟାଲ ଗୁଡିକରେ କ୍ୟାସଲେସ୍ ସୁବିଧା ଯୋଗାଇ ଦିଆଯିବ। ଏହି ପର୍ଯ୍ୟାୟରେ କେବଳ ସରକାରୀ କର୍ମଚାରୀ ଏବଂ ଆୟକରଦାତାମାନଙ୍କୁ ବାଦ୍ ଦେଇ ଗ୍ରାମାଞ୍ଚଳର ସବୁ ପରିବାର, ଯେଉଁମାନେ ବର୍ତ୍ତମାନ ବିଏସକେୱାଇ ଯୋଜନା ଅଧୀନରେ ନାହାନ୍ତି, ସେମାନେ ଏହି ନୂଆ ଯୋଜନାରେ ସାମିଲ ହେବେ। ସମସ୍ତେ ନୂଆ ବିଏସକେୱାଇ-ନବୀନ କାର୍ଡ ପାଇବେ ଏବଂ ଉଭୟ ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ ଘରୋଇ ହସ୍ପିଟାଲ ଗୁଡିକରେ ନିର୍ଦ୍ଧାରିତ ଜଟିଳ ରୋଗ ଗୁଡିକର ଚିକିତ୍ସା ସୁବିଧା ପାଇବେ। ଏହି ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର, ଯାହାକି ରାଜ୍ୟର ଲୋକସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ଅଟେ। ସେମାନେ ସମସ୍ତେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ – ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ପାଇବେ। ମାନ୍ୟବର ମୁଖ୍ୟମନ୍ତ୍ରୀ କରିଛନ୍ତି ଯେ, “ମୋର ବିଶ୍ବାସ, ବିଏସ୍କେୱାଇ-ନବୀନ କାର୍ଡ ଦ୍ବାରା ଓଡିଶାର କୌଣସି ପରିବାର ଆର୍ଥିକ ଦୁରାବସ୍ଥା କାରଣରୁ ଜଟିଳ ରୋଗ ଗୁଡିକର ଚିକିତ୍ସା କ୍ଷେତ୍ରରେ କୋଣସି ଅସୁବିଧାର ସମ୍ମୁଖୀନ
2023-12-30

