ଲୋକସେବା ଭବନରେ ଆୟୋଜିତ କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନେକ ବିଭାଗ ଓ କାର୍ଯ୍ୟଶୈଳୀ ଉପରେ ସମୀକ୍ଷା ହୋଇଥିଲା। ଏହି ବୈଠକରେ ୮ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ।
ଶ୍ରୀ ଆହୁଜା କହିଛନ୍ତି ଯେ ,ଏଥିରେ ୫ଟି ମତ୍ସ୍ଯ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନାରେ ୫ବର୍ଷରେ ଖର୍ଚ୍ଚ ହେବ ୧୦୩୧ କୋଟି । ୩ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ । ୫ଲକ୍ଷ ଅଣ୍ଡା ପ୍ରତିଦିନ ଉତ୍ପାଦନ ହେବ । ୯୫.୫୮ ମେଟ୍ରିକ ଟନ କୁକୁଡ଼ା ମାଂସ ଉତ୍ପାଦନ ହେବ । ମତ୍ସ୍ୟ କ୍ଷେତ୍ରରେ ଭିତ୍ତିଭୂମି ସୃଦୁଢ ପାଇଁ ୩ ବର୍ଷ ପାଇଁ ୪୪୯ କୋଟି ଟଙ୍କା ଖର୍ଚ୍ଚ ହେବ ।
ଗୋମାତା ନାଁରେ ଯୋଜନା ଆସିବ । ୩ ବର୍ଷ ପାଇଁ ୩୪୨ କୋଟି ଟଙ୍କା ଖର୍ଚ୍ଚ ହେବ । ବାର୍ଷିକ ୨.୫ କୋଟି ଭ୍ୟାକ୍ସିନ, ୧.୩୦ କୋଟି ପ୍ରାଣୀଧନ ଚିକିତ୍ସା କରାଯିବ ବୋଲି କ୍ୟାବିନେଟରେ ନିଷ୍ପତ୍ତି ହୋଇଛି । ଜଳ ସମ୍ପଦ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟକ୍ରମରେ ୯୬୫୨ କୋଟି ବ୍ୟୟବରାଦକୁ କ୍ୟାବିନେଟ ଅନୁମୋଦନ କରିଛି । ଏହି କାର୍ଯ୍ୟକ୍ରମରେ ୬୪୩୫ ହେକ୍ଟର ସେଚ ଅଞ୍ଚଳ ଏବଂ ୧ଲକ୍ଷ ୫୮ହଜାର ହେକ୍ଟର ଅତିରିକ୍ତ ସେଚ ଜଳ ସୃଷ୍ଟି କରାଯିବ ।
ସେପଟେ ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଧେୟକ-୨୦୨୪କୁ ମଞ୍ଜୁରୀ ମିଳିଛି । OPSC, SSB, OSSSC ପରୀକ୍ଷାରେ ତ୍ରୁଟି ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । ସେବା ପ୍ରଦାନକାରୀଙ୍କୁ ମଧ୍ୟ ହେବ ୧ କୋଟି ଜରିମାନା କରାଯିବ ।
2024-11-13

