ଓଡ଼ିଆ ସ୍ଵାଭିମାନର ପ୍ରତୀକ ଉକ୍ରଳ ଗୌରବ ମଧୁବାବୁଙ୍କୁ ବିଜେଡିର ବିନମ୍ର ଶ୍ରଦ୍ଧାଞ୍ଜଳି

ଉକ୍ରଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଜି ବିଜୁ ଜନତା ଦଳ ତରଫରୁ ଦଳର ବରିଷ୍ଠ ନେତା ମାନଙ୍କ ଦ୍ୱାରା ରାଜଭବନ ସମ୍ମୁଖରେ ଥିବା ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ଆଜି ସକାଳ ୯ ଘଟିକା ସମୟରେ ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ଶ୍ରୀ ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଓଡ଼ିଆ ସ୍ୱାଭିମାନର ପ୍ରତୀକ ଉକ୍ରଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିରେ ଉପସ୍ଥିତ ନେତୃମଣ୍ଡଳୀ ମାଲ୍ୟାର୍ପଣ କରିଥିଲେ । ଉପସ୍ଥିତ ନେତୃମଣ୍ଡଳୀ ଓ ଦଳୀୟ କର୍ମୀ ମାନଙ୍କ ଦ୍ୱାରା ମଧୁବାବୁ ଅମର ରହେ ନାରାରେ ସେହି ଅଞ୍ଚଳ ପ୍ରକମ୍ପିତ ହୋଇଥିଲା । ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ମଧୁବାବୁ ଥିଲେ ମୁଖ୍ୟ ପୁରୋଧା । ଓଡ଼ିଆ ସ୍ୱାଭିମାନର ପ୍ରତୀକ ମଧୁବାବୁ ଓଡ଼ିଆ ଜାତିର ଚିର ନମସ୍ୟ ବୋଲି ବକ୍ତାମାନେ କହିଥିଲେ ।
ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ଦଳର ବରିଷ୍ଠ ନେତାମାନେ ଯଥା ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ପୂର୍ବତନ ମନ୍ତ୍ରୀ ତଥା ରାଜ୍ୟ ବରିଷ୍ଠ ଗଣମାଧ୍ୟମ ସଂଯୋଜକ ଶ୍ରୀ ପ୍ରତାପ ଜେନା, ପୂର୍ବତନ ମନ୍ତ୍ରୀ ତଥା ଦଳର କାର୍ଯ୍ୟକ୍ରମ ରୂପାୟନ କମିଟିର ଆବାହକ ଶ୍ରୀ ସଞ୍ଜୟ ଦାସବର୍ମା, ପୂର୍ବତନ ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି, ଦଳର ମୁଖପାତ୍ର ଡ଼ ଲେଖାଶ୍ରୀ ସାମନ୍ତସିଂହାର, ଡେପୁଟି ମେୟର ମଞ୍ଜୁଲତା କହଁର, ଦଳର ଅନେକ କର୍ପୋରେଟର ଓ ଅନ୍ୟ ନେତାମାନେ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *