୧୦ ବିଧାୟକ ଙ୍କ ସହ ଆଲୋଚନା କଲେ ନବୀନ ପଟ୍ଟନାୟକ।

ଆଜି ସନ୍ଧ୍ୟା ରେ ନବୀନ ନିବାସ ରେ ବିରୋଧୀଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ବିଜୁ ଜନତା ଦଳ ର ୧୦ ଜଣ ବିଧାୟକ ଙ୍କ ସହ ସେମାନଙ୍କ ନିର୍ବାଚନ ମଣ୍ଡଳୀ ର ବିକାଶ ଓ ସଂଗଠନ ସମ୍ପର୍କରେ ଆଲୋଚନା କରିଥିଲେ।
ତୃଣମୂଳ ସ୍ତରରେ ଦଳର ସଂଗଠନ କୁ ମଜବୂତ କରିବା ସହ ଲୋକଙ୍କ ସହ ସିଧା ସଳଖ ସମ୍ପର୍କ ରଖିବା ପାଇଁ ପରାମର୍ଶ ଦେଇଥିଲେ। ସେମାନଙ୍କ ନିର୍ବାଚନ ମଣ୍ଡଳୀ ର ବିକାଶ କାମ ବିଷୟ ରେ ପଚାରି ବୁଝିବା ସହ ଲୋକଙ୍କ ସୁବିଧା ଅସୁବିଧା କୁ ଗୁରୁତ୍ୱ ଦେବା ପାଇଁ ଶ୍ରୀ ପଟ୍ଟନାୟକ କହିଥିଲେ। ଏହା ସହିତ ବିଧାୟକ ମାନଙ୍କ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟା ସମ୍ପର୍କରେ ମଧ୍ୟ ଶ୍ରୀ ପଟ୍ଟନାୟକ ପଚାରି ବୁଝିଥିଲେ। ବିଜୁ ଜନତା ଦଳ ର ଆଦର୍ଶ ରେ ଲୋକଙ୍କ ସେବା ଜାରି ରଖିବା ପାଇଁ ଶ୍ରୀ ପଟ୍ଟନାୟକ ବିଧାୟକ ମାନଙ୍କୁ ପରାମର୍ଶ ଦେଇଥିଲେ।
ବୈଠକରେ ବିଧାୟିକା ପ୍ରମିଳା ମଲ୍ଲିକ,ବିଧାୟିକା ସୁଜାତା ସାହୁ,ବିଧାୟକ ସର୍ବଶ୍ରୀ ବିଶ୍ଵରଞ୍ଜନ ମଲ୍ଲିକ,ଅନନ୍ତ ନାରାୟଣ ଜେନା,ସୁଶାନ୍ତ ରାଉତ,ପ୍ରଦୀପ ସାହୁ,ତୁଷାର କାନ୍ତି ବେହେରା,ନବ ମଲ୍ଲିକ,ସାରଦା ଜେନା ଓ ରମାକାନ୍ତ ଭୋଇ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଭାଗ ନେଇଥିଲେ।

Leave a Reply

Your email address will not be published. Required fields are marked *