ନବୀନ ନିବାସରେ ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବାଲେଶ୍ୱରର ଦୁଇ ବରିଷ୍ଠ ନେତା ଯୋଗ ଦେଲେ ।

ବାଲେଶ୍ୱର ଜିଲ୍ଲାର ଦୁଇ ବରିଷ୍ଠ ନେତା ପୂର୍ବତନ ମନ୍ତ୍ରୀ ଶ୍ରୀ ରଘୁନାଥ ମହାନ୍ତି ଓ ପୂର୍ବତନ ବିଧାୟକ ଶ୍ରୀ ଜୀବନ ପ୍ରଦୀପ ଦାସ ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।

 ଉଭୟ ଶ୍ରୀ ମହାନ୍ତି ଓ ଶ୍ରୀ ଦାସଙ୍କୁ ବିଜୁ ଜନତା ଦଳକୁ ସ୍ୱାଗତ କରି ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଏ ଦୁଇ ନେତାଙ୍କ ଯୋଗଦାନ ଦ୍ୱାରା ବିଜେଡି ବାଲେଶ୍ୱର  ଜିଲ୍ଲାରେ ଆହୁରି ମଜଭୁ୍ତ ହେବ। ଜିଲ୍ଲାରେ ଦଳର ସାଂଗଠନିକ କାର୍ଯ୍ୟକୁ ଆହୁରି ବ୍ୟାପକ କରିବା ପାଇଁ ଶ୍ରୀ ପଟ୍ଟନାୟକ ଉଭୟଙ୍କୁ ପରାମର୍ଶ ଦେଇଥିଲେ।  

ବିଜେଡିରେ ସେମାନଙ୍କୁ ଗ୍ରହଣ କରିଥିବାରୁ ଶ୍ରୀ ମହାନ୍ତି ଓ ଶ୍ରୀ ଦାସ ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇବା ସହ ଜିଲ୍ଲାର ଆଠ ଗୋଟି ବିଧାନସଭା ନିର୍ବାଚନ ମଣ୍ଡଳୀ ସହ ବଡ଼ସାହି ନିର୍ବାଚନ ମଣ୍ଡଳୀରେ ବିଜେଡିକୁ ଆହୁରି ଶକ୍ତିଶାଳୀ କରିବା ପାଇଁ ସେମାନେ କାମ କରିବେ ବୋଲି ଘୋଷଣା କରିଥିଲେ।
ଏହି ମିଶ୍ରଣ ପର୍ବରେ ବିଜେଡି ଉପ ସଭାପତି ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ଦେବୀ ପ୍ରସାଦ ମିଶ୍ର, ବରିଷ୍ଠ ବିଧାୟିକା ଶ୍ରୀମତୀ ପ୍ରମିଳା ମଲ୍ଲିକ, ବିଧାୟକ ଗଣ ସର୍ବଶ୍ରୀ ପ୍ରତାପ କେଶରୀ ଦେବ, ଅଶ୍ୱିନୀ ପାତ୍ର, ଅରୁଣ ସାହୁ, ମାଧବ ଧଡା, ଗୌତମ ବୁଦ୍ଧ ଦାସ, ପୂର୍ବତନ ମନ୍ତ୍ରୀ ସର୍ବଶ୍ରୀ ପ୍ରତାପ ଜେନା, ଅତନୁ ସବ୍ୟସାଚୀ ନାୟକ, ଜ୍ୟୋତିରଞ୍ଜନ ପାଣିଗ୍ରାହୀ, ପୂର୍ବତନ ବିଧାୟକ ଶ୍ରୀ ସ୍ୱରୂପ ଦାସ, ଶ୍ରୀ ସୁକାନ୍ତ ନାୟକ, ବରିଷ୍ଠ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଓ ଭୃଗୁ ବକ୍ସିପାତ୍ରଙ୍କ ସମେତ ଜିଲ୍ଲାର ବିଜେଡି ନେତୃବୃନ୍ଦ ଓ ଶହ ଶହ କର୍ମୀ ଉପସ୍ଥିତ ଥିଲେ।

ସୂଚନା ଯୋଗ୍ୟ ଯେ ଶ୍ରୀ ରଘୁନାଥ ମହାନ୍ତି ପୂର୍ବରୁ ବିଜେଡି ସରକାରରେ ଦୀର୍ଘ ଦିନ ଧରି ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ନିକଟରେ ବିଜେପିରୁ ଇସ୍ତଫା ଦେଇଥିଲେ।

Leave a Reply

Your email address will not be published. Required fields are marked *